ଭୁବନେଶ୍ୱର: ନ୍ୟାୟ ପାଇବା ପାଇଁ ଲଢେଇ କରୁଥିବା ଏକ ପରିବାର ଆଜି ସକାଳେ ନବୀନ ନିବାସ ଆଗରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି। ପୁଅର ହତ୍ୟାକାରୀକୁ ପୁଲିସ ଗିରଫ କରିନଥିବାରୁ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ପରିବାରର ୬ ସଦସ୍ୟ ଆତ୍ମାହୁତି ଉଦ୍ୟମ କରିଛନ୍ତି । ୨୦୨୨ ଚନ୍ଦ୍ରଶେଖରପୁର ଥାନା ଅଂଚଳରେ ଏକ ଯୁବକ ଦୈତ୍ୟରାଜ୍ ନାୟକଙ୍କୁ ହତ୍ୟା କରାଯାଇଥିଲା । ଏହି ହତ୍ୟାକାଣ୍ଡରେ ପୁଲିସ କାହାକୁ ଗିରଫ କରୁନଥିବା ବେଳେ ବାରମ୍ବାର ପରିବାର ଲୋକଙ୍କ ଆନ୍ଦୋଳନ ପରେ ପୁଲିସ ଗତ ୧୫ ତାରିଖରେ ଅଶୋକ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ହେଲେ ଅନ୍ୟ ଅଭିଯୁକ୍ତ ମାନେ ଏବେବି ବାହାରେ ବୁଲୁଥିବା ବେଳେ ପରିବାର ଲୋକଙ୍କୁ ଆକ୍ରମଣ କରୁଛନ୍ତି । ଏପରିକି ଡ୍ରଗସ୍ କାରବାରରେ ହତ୍ୟା ଅଭିଯୁକ୍ତମାନେ ସଂପୃକ୍ତ ଥିବା ବେଳେ ପୁଲିସ ସେମାନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହିଁ । ଯାହାକୁ ନେଇ ନ୍ୟାୟ ପାଇବା ପାଇଁ ନବୀନ ନିବାସ ଆଗରେ ଆତ୍ମାହୁତି କରିବାକୁ ପରିବାର ଲୋକ ଆସିଥିଲେ । ଏବେ ପୁଲିସ ସେମାନଙ୍କୁ ଅଟକ ରଖିଛି |
Comments are closed.