ଟି-୨୦ ବିଶ୍ବକପ୍ : ବାଂଲାଦେଶ ଆଗରେ ୧୮୫ ରନର ବିଜୟ ଲକ୍ଷ୍ୟ ରଖିଲା ଟିମ୍ ଇଣ୍ଡିଆ

ଆଡିଲେଡ୍ : ଆଡିଲେଡ୍ ଓଭାଲଠାରେ ଖେଳାଯାଇଥିବା ଟି-୨୦ ବିଶ୍ବକପର ଏକ ମ୍ୟାଚରେ ବାଂଲାଦେଶ ଆଗରେ ୧୮୫ ରନର ବିଜୟ ଲକ୍ଷ୍ୟ ରଖିଛି ଭାରତ । ଏହି ମ୍ୟାଚରେ ପୁଣି ବିରାଟ କୋହଲି ନିଜ ବ୍ୟାଟିଂ ଚମକ ଦେଖାଇଛନ୍ତି ।

ଏହି ମ୍ୟାଚରେ ବାଂଲାଦେଶ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଭାରତର ଅଧିନାୟକ ରୋହିତ ଶର୍ମା ମାତ୍ର ୨ ରନ କରି ଆଉଟ ହେବା ପରେ କେଏଲ ରାହୁଲ ଓ ବିରାଟ କୋହଲିଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ପୂର୍ବ ମ୍ୟାଚ ଗୁଡ଼ିକରେ ବିଫଳ ହୋଇଥିବା ରାହୁଲ ଆଜି ବିସ୍ଫୋରକ ବ୍ୟାଟିଂ କରି ମାତ୍ର ୩୨ ବଲରେ ୫୦ ରନ କରିଥିଲେ । ରାହୁଲ ଆଉଟ ହେବା ପରେ କୋହଲି ନିଜର ଲଢୁଆ ବ୍ୟାଟିଂ ଜାରି ରଖି ସୂର୍ଯ୍ୟକୁମାର ଯାଦବଙ୍କ ସହ ଆଉ ଏକ ପାର୍ଟନରସିପ କରିଥିଲେ । ସୂର୍ଯ୍ୟକୁମାର ୩୦ ରନ କରିଥିଲେ । ବିରାଟ ଅପରାଜିତ ୬୪ ରନ କରିଥିଲେ । ମାତ୍ର ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା ଓ ଅକ୍ଷର ପଟେଲ ବିଶେଷ ସ୍କୋର କରିପାରିନଥିଲେ । ଶେଷ ଓଭରରେ ରବିଚନ୍ଦ୍ରନ ଅଶ୍ବୀନ ମାତ୍ର ୬ ବଲରେ ୧୩ ରନ କରି ଦଳୀୟ ସ୍କୋରକୁ ନିର୍ଦ୍ଧାରିତ  ୨୦ ଓଭରରେ ୧୮୪ରେ ପହଞ୍ଚାଇଥିଲେ ।

 

ବାଂଲାଦେଶ ପକ୍ଷରୁ ହାସାନ ମାମୁଦ ୩ଟି ଓ ସାକିବୁଲ ହସନ ୨ଟି ଓ୍ବିକେଟ ନେଇଥିଲେ ।

Comments are closed.