ଭୁବନେଶ୍ବର : ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।
ଏହା ସହିତ ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କରିଥିଲେ। ଆଜି ମୁଖ୍ୟମନ୍ତ୍ରୀ ଏହି ସହାୟତା ରାଶିର ପରିମାଣକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।
Comments are closed.