ପଦ୍ମନାଭ ଗଜପତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁ ଦିବସ ପାଳିତ ।

ଗଜପତି,୫.୯( ମନୋଜ ପାଢ଼ୀ) :-ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ପଦ୍ମନାଭ ଗଜପତି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମହାଆଡମ୍ବରରେ ଗୁରୁ ଦିବସ ପାଳିତ ହୋଇଯାଇଛି। ପୂର୍ବତନ ରାଷ୍ଟ୍ରପତି, ଭାରତରତ୍ନ ତଥା ବିଶିଷ୍ଟ ଦାର୍ଶନିକ ଡ଼ଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜୟନ୍ତୀ ଅବସରରେ ତାଙ୍କ ତୈଳଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା।ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଗୁରୁ ଦିବସ ଉତ୍ସବରେ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ବେଣୁଗୋପାଳ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଗୁରୁ ଦିବସ ପାଳନର ତାତ୍ପର୍ଯ୍ୟ ଓ ଶିକ୍ଷକଙ୍କର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ।ଏହି ଅବସରରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ଗୁରୁଙ୍କ ପ୍ରତି ଶ୍ରଦ୍ଧା ଓ କୃତଜ୍ଞତା ଜ୍ଞାପନ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷକ ଶ୍ରୀ ପ୍ରେମାନନ୍ଦ ପଟ୍ଟନାୟକ ସୁଚାରୁ ରୂପେ ପରିଚାଳନା କରିଥିଲେ।

Comments are closed.