ଗଜପତି – ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ପଞ୍ଚାୟତ ର ବୁଦୁରା ଗ୍ରାମ ଠାରେ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଟିତ ହୋଇଯାଇଛି , ମାନ୍ୟବର ପାରଳା ବିଧାୟକ ରୁପେସ ପାଣିଗ୍ରାହୀ ଅଭିଯୋଗ ଶୁଣାଣୀ ରେ ଯୋଗଦେଇ ସମୁଦାୟ ୨୩ ଗୋଟିଅଭିଯୋଗ ଶୁଣିଥିଲେ। ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା, ଗ୍ରାମ ଭିତ୍ତିକ ସମସ୍ୟା,ରାସନ୍ କାର୍ଡ, ଗୃହ ନିର୍ମାଣ,ଶିକ୍ଷା,ଜଳ ସେଚତାନ,ରାସ୍ତା, ନାଳ,ଓ ସ୍ଵାସ୍ଥ୍ୟ ସମସ୍ୟା ସହ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା, ବିଧାୟକ ତୁରନ୍ତ ଏନେଇ ଗୋଷ୍ଟି ଉନ୍ନୟନ ଅଧିକାରୀ ଡମ୍ବୁରୁଧର ମଲିକ ଙ୍କୁ ଫୋନ୍ ମାଧ୍ୟମ ରେ ଶୀଘ୍ର ଏସବୁ କାର୍ଯ କରିବା ପାଇଁ ଆଦେଶ ଦେଲେ ଏହି ଜନ ଅଭିଯୋଗ ଶୁଣାଣୀ ରେ ବିଧାୟକ ସମେତ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି ତିରୁପତି ରାଓ, କାଶୀନଗର ବ୍ଲକ ଅଧ୍ୟକ୍ଷା ବାଲା ସାଇଆମ୍ମା, ସ୍ଥାନୀୟ ସରପଞ୍ଚ,ସମିତି ପ୍ରମୁଖ ଉପସ୍ଥିତ ଥିଲେ ।
Comments are closed.