କଟକ : ଆଜି ଶେଷ ହେବ ମାଟ୍ରିକ୍ ଖାତା ଦେଖା । ଚଳିତ ବର୍ଷ ବୋର୍ଡ ପରୀକ୍ଷା ଶେଷ ହେବା ପରେ ମାର୍ଚ୍ଚ ୧୯ ରୁ ଖାତା ଦେଖା ଆରମ୍ଭ ହୋଇ ଏପ୍ରିଲ ଦୁଇ ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ସଭାପତି ସୂଚନା ଶ୍ରୀକାନ୍ତ ତରାଇ ସୂଚନା ଦେଇଥିଲେ । ମୂଲ୍ୟାୟନ ପାଇଁ ବୋର୍ଡ ପକ୍ଷରୁ ୧୨ ହଜାର ୨୦୦ ବରିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି । ଚଳିତବର୍ଷ ମୋଟ୍ ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି । ୩୦୮୨ କେନ୍ଦ୍ରର ବ୍ୟବସ୍ଥା କରାଯାଇଥିଲା ।
ସକାଳ ୯ଟାରୁ ଆରମ୍ଭ ହୋଇଥିଲା ପରୀକ୍ଷା । ପରୀକ୍ଷାକୁ ଶୃଙ୍ଖଳିତ ଭାବେ ସାରିବା ବଡ଼ ଆହ୍ବାନ ହୋଇଥିବାରୁ ସରକାରଙ୍କ ପକ୍ଷରୁ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରଯାଇଥିଲା । ନୋଡ଼ାଲ ସେଣ୍ଟର ସହ ପରୀକ୍ଷା କେନ୍ଦ୍ରଗୁଡ଼ିକ ସିସିଟିଭି ସର୍ଭେଲାନ୍ସରେ ରଖାଯାଇଥିଲା । କଣ୍ଟ୍ରୋଲ୍ ରୁମ୍ରୁ ସ୍ବତନ୍ତ୍ର ଭାବେ ମନିଟରିଂ କରାଯାଇଥିଲା । ୧୩୬୪ କେନ୍ଦ୍ରରୁ ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥା ମଧ୍ୟ କରାଯାଇଥିଲା । ପ୍ରଶ୍ନପତ୍ର ହବ୍ ଗୁଡ଼ିକ ଏଆଇ ବୈଷୟିକ ଜ୍ଞାନକୌଶଳ ନଜରରେ ରଖାଯାଇଥିଲା । ସବୁ କେନ୍ଦ୍ରକୁ ସଠିକ୍ ଭାବେ ପୁଲିସ୍ ତଦାରଖ କରିଥିଲା । ସେହିପରି ପରୀକ୍ଷାରେ କପି ରୋକିବା ପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା ।
Comments are closed.