ଭୁବନେଶ୍ୱର : ଆସନ୍ତା ୯ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ ଝଡ଼ବର୍ଷା ପ୍ରଭାବ। ଆଜି ୨୬ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
ଏହି ୪ ଜିଲ୍ଲା ହେଉଛି ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଏବଂ କେନ୍ଦୁଝର। କାଲି ପାଇଁ ୨୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି ପଣିପାଗ ବିଭାଗ। ଏହି ସବୁ ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ।
Comments are closed.