ଉତ୍କଳରେ ହେବ ଆନ୍ତଃବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା, ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସହ ଯୋଗଦେବେ ୩୮ଟି ବିଶ୍ବବିଦ୍ୟାଳୟ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟରେ ଆନ୍ତଃବିଶ୍ବବିଦ୍ୟାଳୟ ପ୍ରତିଯୋଗିତା ଫେବୃଆରୀ ୧୫ରୁ ୧୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି କ୍ରୀଡ଼ା ପ୍ରତିଯୋଗିତାରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ ସହିତ ୩୮ଟି ସରକାରୀ ଓ ଘରୋଇ ବିଶ୍ବବିଦ୍ୟାଳୟରୁ ୧୦୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିବେ। ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କ କୋଚ ଓ ଶିକ୍ଷକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଆନ୍ତଃବିଶ୍ବବିଦ୍ୟାଳୟ ପ୍ରତିଯୋଗିତା-୨୦୨୪ରେ ଜାଭଲିନ ଥ୍ରୋ, ଡିସକସ ଥ୍ରୋ, ସଟଫୁଟ ଥ୍ରୋ, ଉଚ୍ଚ ଡିଆଁ ଓ ଲମ୍ବ ଡିଆଁ, ୧୦୦, ୨୦୦, ୪୦୦ ଓ ୧୫୦୦ ମିଟର, ହର୍ଡଲ୍ସ ଓ ରିଲେ ରେସ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହେବ ଏବଂ ଏଥିରେ ଛାତ୍ରଛାତ୍ରୀ ସେମାନଙ୍କ ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରିବେ। ପ୍ରତେକ ବିଶ୍ବବିଦ୍ୟାଳୟରୁ ଗୋଟିଏ ଇଭେଣ୍ଟ ପାଇଁ ଜଣେ ଛାତ୍ର ଓ ଜଣେ ଛାତ୍ରୀ ମୋଟ ୨ଜଣ ଅଂଶଗ୍ରହଣ କରିପାରିବେ। ପ୍ରତି ସନ୍ଧ୍ୟାରେ ସାଂସ୍କୃତି କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଆନ୍ତଃବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା-୨୦୨୪ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ କୁଳସଚିବ ଡ.କାହ୍ନୁଚରଣ ଧୀର ଏବଂ ବିତ୍ତ ନିୟନ୍ତ୍ରକ ଗୌତମ ପ୍ରଧାନ ଆନ୍ତଃବିଶ୍ବବିଦ୍ୟାଳୟ ଆନ୍ତଃବିଶ୍ବବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିଥିଲେ। ଉଦଯାପନି ଉତ୍ସବରେ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଟ୍ରଫି, ମାନପତ୍ର ଓ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।

Comments are closed.