VSSUT କୁ IIT ଓ NIT ପରି ଇଂଜିନିୟରିଙ୍ଗ ଶିକ୍ଷାର ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ।

 ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ସମୀକ୍ଷା କରିଥିଲେ । VSSUT ରାଜ୍ୟର ଏକ ଅଗ୍ରଣୀ Engineering College ଏବଂ ସାରା ଦେଶରେ ଏହାର ସୁଖ୍ୟାତି ରହିଛି । ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଶ୍ରୀ ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା VSSUT ଯାଇ ବିଶ୍ୱବିଦ୍ୟାଳୟର Academic Block ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା Auditorium, ପୁଲହ ଓ ବଶିଷ୍ଠ Hall ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ ।

ଦେଶରେ Technical Education କ୍ଷେତ୍ରରେ VSSUT ର ଗୁରୁତ୍ୱକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଙ୍କ ଅନୁମୋଦନ କ୍ରମେ ଏହାକୁ Engineering ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ master plan ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ । ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ Master Plan ପ୍ରସ୍ତୁତକରାଯିବ । This master plan will be made in such a way to make vssut compete with IITs and other national institutes. ଛାତ୍ରଛାତ୍ରୀମାନେ ମଧ୍ୟ ସେମାନେ କରିଥିବା Project ସବୁ ଉପସ୍ଥାପନା କରିଥିଲେ । ୫ଟି ସଚିବ ଶ୍ରୀ ପାଣ୍ଡିଆନ ଏଗୁଡିକୁ ଉଚ୍ଚ ପ୍ରଶଂସା କରିବା ସହିତ Industry Linkage ଉପରେ ଗୁରୁତ୍ୱ ଦେଇଥିଲେ । ପରେ ସେମାନେ ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି ସେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳିପାରିବ ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା Lady Lewis Girls High School ପରିଦର୍ଶନ କରି ଶିକ୍ଷକ, ଛାତ୍ରୀ ଏବଂ Alumni ସହିତ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ ।
ସମଲେଶ୍ୱରୀ ମନ୍ଦିର ପଶ୍ଚିମ ଓଡିଶାର ଆଧ୍ୟତ୍ମିକ ପ୍ରାଣକେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫ ଟି ରୂପାନ୍ତର କାର୍ଯ୍ୟକ୍ରମରେ ସମଲେଶ୍ୱରୀ ମନ୍ଦିରର ପାରିପାର୍ଶ୍ୱିକ ବିକାଶ ସମଲେଇ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବ ସେବାୟତ ଓ ଜନସାଧରଣଙ୍କ ମତାମତ ନେଇଥିଲେ । ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ OBCC କର୍ତ୍ତୃପକ୍ଷ ମୁଖ୍ୟ ଶାସନ ସଚିବ ଓ ୫ଟି ସଚିବଙ୍କୁ ଅବଗତ କରାଇଥିଲେ । ପ୍ରକଳ୍ପ ଅଧିନସ୍ଥ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ୫ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ବରିଷ୍ଠ ଅଧିକାରୀମାନେ ପ୍ରଥମେ ମା’ ସମଲେଶ୍ୱରୀଙ୍କ ମନ୍ଦିରକୁ ଯାଇ ମା’ଙ୍କର ପୂଜା ଅର୍ଚ୍ଚନା କରିଥିଲେ ।

Comments are closed.