ଭୁଲ୍ ଇଞ୍ଜେକସନ ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

ବାଲେଶ୍ୱର: ଭୁଲ୍ ଇଞ୍ଜେକସନ ଦେବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଡାକ୍ତରଖାନେରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ହାତିଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ସର୍ଦ୍ଦାର ବନ୍ଧ ପଞ୍ଚାୟତର ଶଙ୍ଖାଭଙ୍ଗା ଗ୍ରାମର ଗଙ୍ଗାଧର ମହାନ୍ତ। ତାଙ୍କୁ ୪୫ ବର୍ଷ ହୋଇଥିଲା।ଗଙ୍ଗାଧରଙ୍କର ପେଟ ଯନ୍ତ୍ରଣା ହେଉଥିଲା। ପରିବାର ଲୋକେ ଗୁରୁବାର ଦିନ ୩ଟା ସମୟରେ ତାଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଗତକାଲି ବିଳମ୍ବିତ ରାତିରେ ଗଙ୍ଗାଧର ଅଧିକ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କର ପରିବାର ଲୋକେ ନର୍ସ ଦିଦିଙ୍କୁ ଜଣାଇଥିଲେ। ନର୍ସ ଦିଦି ଆସି ଗଙ୍ଗାଧରଙ୍କୁ ଏକ ଇଞ୍ଜେକସନ୍‌ ଦେଇଥିଲେ। ଇଞ୍ଜେକସନ୍‌ ଦେବାର କିଛି ସମୟ ପରେ ଗଙ୍ଗାଧରଙ୍କର ମୃତ୍ୟୁ ଘଟିଥିଲା। ନର୍ସ ଦିଦି ଭୁଲ୍ ଇଞ୍ଜେକସନ୍‌ ଦେବା ଯୋଗୁ ଗଙ୍ଗାଧରଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି।

Comments are closed.